ଶାରଳାଙ୍କ ପୀଠରେ ଷଷ୍ଠୀ ପୂଜା, ମା’ଙ୍କ ଦର୍ଶନ ଲାଗି ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ

ଜଗତସିଂହପୁର ୩୦/୦୯: ଆଜି ମା ଶାରଳାଙ୍କ ପୀଠରେ ଷଷ୍ଠୀ ପୂଜା । ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମା ଶାରଳା ଙ୍କ ପୀଠ । ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ପାର୍ବଣ ପୂଜା ମହାଷ୍ଟମୀ ପର୍ଯ୍ୟନ୍ତ ୧୬ ଦିନ ବ୍ୟାପୀ ମାଙ୍କ ପୀଠରେ ଅନୁଷ୍ଠିତ ହେବ । ଏହି ଅବସରରେ ମା ଶାରଳା ଙ୍କୁ ବିଭିନ୍ନ ବେଶରେ ସୁସଜିତ କରାଯିବା ସହିତ ମା ଙ୍କ ପୀଠରେ ପ୍ରତିଦିନ ଷୋଡଶ ଉପଚାର ପୂଜାଵ ଓ ଚଣ୍ଡୀ ପାଠ ଆଦି ଆୟୋଜିତ ହେଉଛି । ଏହି ସମୟରେ ମା ଙ୍କୁ ଦର୍ଶନ କରିବା ପାଇଁ ଦୂର ଦୁରାନ୍ତରରୁ ଶ୍ରଦ୍ଧାଳୁ ମାନଙ୍କର ଭିଡ ଜମୁଥିବାର ଦେଖା ଯାଇଛି ।

Leave A Reply

Your email address will not be published.