ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୩।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୪୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.