ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୫।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୫୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜମ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

Leave A Reply

Your email address will not be published.