ଆଜି କୁମାରୀମାନଙ୍କ ବଡ଼ ପର୍ବ କୁମାର ପୂର୍ଣ୍ଣିମା

ଭୁବନେଶ୍ବର:  ପୁଣି ଆସିଛି କୁମାର ପୂନେଇଁ । ଏହି ଦିନ କାର୍ତ୍ତିକେୟଙ୍କ ଜନ୍ମଦିନ ଥିବାରୁ ଏହି ପୂଜା କଲେ ତାଙ୍କ ଭଳି ସୁନ୍ଦର ଓ ବୀର ବର ମିଳେ ବୋଲି ଲୋକ ବିଶ୍ବାସ ରହିଛି । ତେଣୁ ସର୍ବଗୁଣସମ୍ପନ୍ନ ଜୀବନସାଥୀଟିଏ ପାଇବାକୁ କୁମାରୀ କରିବେ ଚନ୍ଦ୍ରପୂଜା । ଏନେଇ କୁମାରୀଙ୍କ ମନରେ ବେଶ୍‌ ଉତ୍ସାହ ଭରି ରହିଛି । ପରମ୍ପରା ଅନୁଯାୟୀ ସକାଳ ନ ପାଉଣୁ ଗାଧୋଇ ପାଧୋଇ ନୂଆ ଲୁଗା ପିନ୍ଧି କୁମାରୀମାନେ ସୂର୍ଯ୍ୟୋଦୟ ପୂର୍ବରୁ ସୂର୍ଯ୍ୟଦେବତାଙ୍କୁ ଆଞ୍ଜୁଳି ଟେକିବେ । ଚଉରା ମୂଳ ଲିପାଲିପି କରି ମୁରୁଜ ପକାଇ ଆରମ୍ଭ ହେବ ପୂଜାର୍ଚ୍ଚନା । ଖଇ, ଗୁଆ, କଦଳୀ, ନଡ଼ିଆ, କସି କାକୁଡ଼ି, କସି ଜହ୍ନି ଓ ଆଖୁ ଭଳି ଫଳ ଭୋଗ ଲାଗିବ । ସନ୍ଧ୍ୟାରେ କୁମାରୀମାନେ ଚଉରା ମୂଳେ ଏକତ୍ର ହୋଇ କରିବେ ଚାନ୍ଦ ପୂଜା । ଜହ୍ନ ଉଇଁଲେ ଆରମ୍ଭ ହୋଇଯାଏ ଏହି ପୂଜା । କୁଆଁରୀଙ୍କ ହୁଳହୁଳି ଶବ୍ଦରେ କମ୍ପିଉଠେ ପୂରା ପରିବେଶ । ଖଇ, ନଡ଼ିଆ, କଦଳୀ, ଛେନା ଓ ଗୁଡ଼ ଆଦିରେ ପ୍ରସ୍ତୁତ ଚାନ୍ଦ ଚକଟା ପୂନେଇଁ ଜହ୍ନକୁ ଭୋଗ ଲାଗେ ।

Leave A Reply

Your email address will not be published.