ପାଲଲହଡା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଠାରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ପାଲଲହଡ଼ା ବ୍ଲକ ର ବିଭିନ୍ନ ଗ୍ରାମ କୁ ଯାଇ ବିଜୁ ଜନତା ଦଳର ଜନ ସମ୍ପର୍କ ପଦ ଯାତ୍ରାରେ ଯୋଗ ଦେଇ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଜନ ହିତକାରୀ ଯୋଜନା ସମ୍ପର୍କରେ ଲୋକମାନଙ୍କ ସହ ଆଲୋଚନା କରି ହିତାଧିକାରୀ ମାନଙ୍କୁ ନିର୍ମାଣ ଶ୍ରମିକ ପରିଚୟ ପତ୍ର ଓ ନିର୍ମାଣ ଶ୍ରମିକ ସହାୟତା ବଣ୍ଟନ କରିଛନ୍ତି ଏବଂ ସର୍ଵ ଭାରତୀୟ ପାଳଲହଡ଼ା କପ ଉଦଯାପନ ଦିବସରେ ଯୋଗଦେଇ ଖେଳାଳି ମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ସାଂସଦ ଢେଙ୍କାନାଳ,ବିଧାୟକ ପାଲଲହଡ଼ା ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l

Leave A Reply

Your email address will not be published.