ORHDC ଋଣ ଦୁର୍ନୀତି ମାମଲା, ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି

କଟକ ୧୯/୧୦ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଆଶ୍ଵସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ । ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ବଜାୟ ରହିଲା । ଆସନ୍ତା ଫେବୃଆରୀ ୨୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ। ସୂଚନାନୁଯାୟୀ, ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମୋକିମ୍‌ଙ୍କୁ ଦଣ୍ଡାଦେଶ ହୋଇଥିଲା । ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରି ମୋକିମ୍ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ।

Leave A Reply

Your email address will not be published.