୭ଟି ଜିଲ୍ଲାରେ ଉପରେ ନଜର ରଖାଯାଇଛି, ଚିତ୍ର ସ୍ପଷ୍ଟ ପରେ ଆଗାମୀ ପଦକ୍ଷେପ ନିଆଯିବ-ମନ୍ତ୍ରୀ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର ୨୦।୧୦ : ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତି । ରାଜ୍ୟ ସରକାର ୩୦ଟି ଜିଲ୍ଲାକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ଜିଲ୍ଲାପାଳମାନେ ଏହି ସମୟରେ ଉପସ୍ଥିତ ରହିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଜିଲ୍ଲା ଗୁଡିକରେ ମେଡିସିନ, ପିଇବା ପାଣି, ଆବଶ୍ୟକ ମୁତାବକ ଡ଼ଙ୍ଗା ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ,କଲେଜ, ସ୍କୁଲ ଓ କଲ୍ୟାଣ ମଣ୍ଡପକୁ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି । ୭ଟି ଜିଲ୍ଲା ଉପରେ ନଜର ରଖାଯାଇଛି । ସଜାଗ ରହିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ କୁହାଯାଇଛି । ଆଜି ଚିତ୍ର ସ୍ପଷ୍ଟ ହେବା ପରେ ଆଗାମୀ ପଦକ୍ଷେପ ନିଆଯିବ ।

Leave A Reply

Your email address will not be published.