ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୪/୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ୧୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ଗଞ୍ଜାମରୁ ୪ ଜଣ, ବରଗଡ଼, ବଲାଙ୍ଗୀର, କଟକ, କଳାହାଣ୍ଡି, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୮୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୨୧୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୮୪୯୪୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.