କନ୍ଧମାଳ ଜିଲ୍ଲା ବିଜେପି ଯୁବମୋର୍ଚ୍ଚାର ରଣହୁଂକାର

ଫୁଲବାଣୀ, ତା- ୨୬-୧୦-୨୨ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅନ୍ତର୍ଗତ ରାଙ୍ଗାପାରୁ ଆଶ୍ରମର ସପ୍ତମ ଶ୍ରେଣୀ ଆଦିବାସୀ ନାବାଳିକା ଛାତ୍ରୀ ଗର୍ଭବତୀ ଓ ମୃତ୍ୟୁ ମାମଲାରେ ବିଗତ ଦିନରେ ବିଜେପି ଯୁବମୋର୍ଚ୍ଚା କନ୍ଧମାଳ ଜିଲ୍ଲା ପକ୍ଷରୁ ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ଦେବା ଏବଂ ସାତଦିନ ପରେ ଘଣ୍ଟ ଶୋଭାଯାତ୍ରା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ପରେ ମଧ୍ୟ ସମସ୍ତ ଦୋଷୀ ମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନହେବା କାରଣରୁ ଆଶନ୍ତା କାଲି ଠାରୁ ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାପାଇଁ ଆଜି ସାମ୍ବାଦିକ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ଗୋଲକ ବିହାରୀ କଅଁର ସୁଚନା ଦେଇଛନ୍ତି । ଯେତେଦିନ ଯାଏ ଉଚିତ୍ ନ୍ୟାୟ ନମିଳିଛି ସେତେଦିନ ଯାଏ ଅର୍ଥାତ୍ ଅନିର୍ଦ୍ଦିଷ୍ଟ କାଳ ଯାଏ ବିଜେପି ଯୁବମୋର୍ଚ୍ଚା କନ୍ଧମାଳ ଜିଲ୍ଲା ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ୍ ସାମ୍ନାରେ ଆଶନ୍ତା କାଲି ଠାରୁ ଧାରଣା ଦିଆଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୁଚନା ଦିଆଯାଇଛି ଏହି ସମ୍ମିଳନୀକୁ ଜିଲ୍ଲା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ଜଗନ୍ନାଥ ସାହୁ ( ଟିକୁ ) ପରିଚାଳନା କରିଥିବା ବେଳେ ବରିଷ୍ଠ ନେତା ତଥା ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଲିଙ୍ଗରାଜ ଦଳବେହେରା, ଜିଲ୍ଲା ଉପସଭାପତି ରମେଶ ଚନ୍ଦ୍ର ମହାନ୍ତି ଏବଂ ଫିରିଙ୍ଗିଆ ଯୁବମୋର୍ଚ୍ଚା ସଭାପତି ସୁଶୀଳ ପ୍ରଧାନ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ । ଫୁଲବାଣୀ ନଗର ଯୁବମୋର୍ଚା ସଭାପତି ଅରବିନ୍ଦ ପଟ୍ଟନାୟକ ସହଯୋଗ କରିଥିଲେ ।

Leave A Reply

Your email address will not be published.