୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୩୧।୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.