ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୮। ୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୧ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୮୮୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୯୬୧୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.