ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର ୦୯।୧୧ : ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ଧାମନଗର ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ବିଧାନସଭାରେ ଶପଥ ପାଠ କରାଇଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଖବର ଅନୁଯାୟୀ, ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଉକ୍ତ ଆସନରେ ଉପନିର୍ବାଚନ ହୋଇଥିଲା । ଏହି ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ପରାସ୍ତ କରି ବିଜେପି ପ୍ରାର୍ଥୀ ତଥା ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୁରଜ ବିଜୟୀ ହୋଇଥିଲେ । ଏହାପରେ ବୁଧବାର ଦିନ ବିଜେପି ନେତା ତଥା ଧାମନଗରର ନବନିର୍ବାଚିତ ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ଶପଥ ପାଠ କରାଇଥିଲେ ବାଚସ୍ପତି । ଧାମନଗର ନୂତନ ବିଧାୟକ ଭାବେ ଶପଥ ପାଠ କରାଇଥିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

Leave A Reply

Your email address will not be published.