ବଡଦେଉଳରେ ପୋଢୁଆଁ ଯାତ୍ରା, ଶ୍ରୀମାଧବଙ୍କ ପୀଠରୁ ଶ୍ରୀକ୍ଷେତ୍ର ଯିବ ପୋଢୁଆଁ ଭାର

ଭୁବନେଶ୍ୱର ୧୪।୧୦ : ନଭେମ୍ବର ୧୬ ତାରିଖ ୨୦୨୨ ମାନେ ଆସନ୍ତା ବୁଧବାର ମାର୍ଗଶୀର ଅଷ୍ଟମୀ ତିଥିରେ କାଳିଆର ପୋଢୁଆଁ । ଏନେଇ ଠାକୁରଙ୍କ ମଉଳା କ୍ଷେତ୍ର କୁହାଯାଉଥିବା ପ୍ରାଚୀର ଅଧିଷ୍ଠାତା ଦେବତା ଶ୍ରୀମାଧବଙ୍କ ପୀଠରୁ ପୋଢୁଆଁ ଭାର ଶ୍ରୀକ୍ଷେତ୍ର ପଠାଯିବ । ରତ୍ନସିଂହାସନସ୍ଥ ମହାପ୍ରଭୁ ଶ୍ରୀଜଗନ୍ନାଥ ,ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ,ସୁଦର୍ଶନ ,ମାଧବ , ଭୂଦେବୀ ଓ ଶ୍ରୀଦେବୀଙ୍କ ପାଇଁ ପାଟବସ୍ତ୍ର ଯିବ । ପ୍ରଥମାଷ୍ଟମୀ ପୂର୍ବଦିନ ଅର୍ଥାତ ସପ୍ତମୀ ତିଥି ୧୫ ତାରିଖ ମଙ୍ଗଳବାର ଶ୍ରୀମାଧବଜିଉଙ୍କ ପୀଠରୁ ଏହି ପୋଢୁଆଁ ଭାରଯାତ୍ରା ବାହାରିବ । ପୋଢୁଆଁ ସାମଗ୍ରୀ ଗୁଡ଼ିକ ମଧ୍ୟରେ ଅଛି – ଅରୁଆ ଚାଉଳ , ବିରି , ନଡ଼ିଆ , ଗୁଡ଼ , ପାଚିଲା କଦଳି ,ଘିଅ , ଚନ୍ଦନ କାଠ , କର୍ପୂର , ଅଗୁରୁ , ଯାଈଫଳ , ପାନ , ଗୁଆ , ଅଳେଇଚ , ଲବଙ୍ଗ ; ଗୋପାଳବଲ୍ଲଭ ପାଇଁ ବିଭିନ୍ନ ଫଳମୂଳ ଏବଂ ମହାପ୍ରଭୁଙ୍କ ବେଶ ଲାଗି ତୁଳସୀ ଓ ପଦ୍ମଫୁଲ । ମଙ୍ଗଳବାର ସକାଳ ୭ଟା ୩୦ରେ ଶ୍ରୀମାଧବାନନ୍ଦଜୀଉ ମନ୍ଦିରରୁ ଭାର ଓ ଶୋଭାଯାତ୍ରା ଆରମ୍ଭ ହେବ ।

Leave A Reply

Your email address will not be published.