ନୂଆଦିଲ୍ଲୀ: ଇଣ୍ଡୋନେସିଆ ପରେ ସୋଲୋମନ ଦ୍ବୀପରେ ଭୟଙ୍କର ଭୂମିକମ୍ପ । ମଙ୍ଗଳବାର ସକାଳୁ ଥରି ଉଠିଲା ସୋଲୋମନର ଭୃପୃଷ୍ଠ । ରିକ୍ଟର ସ୍ଲେଲରେ ତୀବ୍ରତା ରହିଛି ୭.୦ ରହିଛି । ଏହାକୁ ସୋଲୋମନ ଦ୍ବୀପରେ ସବୁଠାରୁ ବଡ଼ ଭୂମିକମ୍ପ ବୋଲି କୁହାଯାଇଛି । ଭୂକମ୍ପ ପରେ ଲୋକମାନେ ଏଣେତେଣେ ଦୌଡିବାକୁ ଲାଗିଥିଲେ । ତେବେ ଭୂମିକମ୍ପ ପରେ ସୁନାମୀ ସତର୍କତା ଦିଆଯାଇଛି । ଆମେରିକାର ଭୂ-ବିଜ୍ଞାନ ସର୍ବେକ୍ଷଣ ସଂସ୍ଥାର ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ସକାଳ ୭ଟା ୩୩ ମିନିଟରେ ସୋଲୋମନ ଦ୍ବୀପରେ ଭୂମିକମ୍ପ ଝଟକା ଲଗିଥିଲା । ଭୂମିକମ୍ପରେ ଥରି ଉଠିଥିଲା ପୂରା ଦ୍ବୀପ । ରିକ୍ଟର ସ୍କେଲରେ ଏହାର ତିବ୍ରତା ୭.୦ ରହିଛି । ଭୂମିକମ୍ପରେ ପରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କ ସୂଚନା ଦିଆଯାଇଛି । ଲୋକଙ୍କୁ ଉଚ୍ଚ ସ୍ଥାନକୁ ଚାଲି ଯିବାକୁ କୁହାଯାଇଛି । ଭୟଙ୍କର ଭୂମିକମ୍ପ ପରେ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ ଲୋକ । ତେବେ ଏଥିରେ କ୍ଷୟକ୍ଷତି ରିପୋର୍ଟ ଏଯାଏଁ ମିଳିପାରିନାହିଁ । ସୋମବାର ଇଣ୍ଡୋନେସିଆ ଭୂମିକମ୍ପ ଝଟକା ଲାଗିଥିଲା । ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ କରାଯାଇଥିଲା । ଜାଭା ଭୂକମ୍ପରେ ୧୬୨ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଅନେକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…