୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା

ଭୁବନେଶ୍ୱର ୩୦।୧୧ :  ଶୀତରେ ଥରୁଛି ଓଡ଼ିଶା। ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା। ରାଜ୍ୟର ସବୁଠାରୁ ଥଣ୍ଡା ସହର ପାଲଟିଛି ସେମିଳିଗୁଡ଼ା । ଏଠାରେ ସର୍ବନିମ୍ନ ତାପମାତ୍ରା ୭.୪ ଡିଗ୍ରୀ ଥିବା ରେକର୍ଡ ହୋଇଛି। କନ୍ଧମାଳ ଜିଲ୍ଲାର ଆଉ ୩ ସହରର ତାପମାତ୍ରା ମଧ୍ୟ ୧୦ ଡିଗ୍ରୀ ତଳକୁ ରହିଛି। ସେହିପରି ଜି. ଉଦୟଗିରି, ଫୁଲବାଣୀ ଓ ଦାରିଙ୍ଗବାଡ଼ି। ଜି. ଉଦୟଗିରିର ତାପମାତ୍ରା ୯ଡିଗ୍ରୀ ରହିଥିବା ବେଳେ ଫୁଲବାଣୀ ଓ ଦାରିଙ୍ଗବାଡ଼ି ତାପମାତ୍ରା ୯.୫ ରହିଥିଲା। ଏଥିସହ ରାଜ୍ୟର ଆଉ ୪ ସହରର ତାପମାତ୍ରା ୧୦ ଡିଗ୍ରୀ ବା ଏହାର ପାଖାପାଖି ରହିଛି। ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲା କିରେଇରେ ରାତି ତାପମାତ୍ରା ୧୦ ଡିଗ୍ରୀ ରହିଥିଲା । କୋରାପୁଟରେ ୧୦.୨ ଡିଗ୍ରୀ ଓ ବୌଦ୍ଧରେ ୧୦.୫ ଡିଗ୍ରୀ ପାରଦ ରହିଥିବା ରେକର୍ଡ ହୋଇଛି। ରାଜ୍ୟରେ ଶୀତ ପ୍ରଭାବ ଗତକାଲି ଅପେକ୍ଷା ଆଜି କମ୍ ରହିଛି। । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ପାରଦସ୍ତରରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଆଗକୁ ଶୀତ ଆହୁରି ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ଅନ୍ୟପଟେ ରାଜ୍ୟରେ ଆଜିଠାରୁ କୁହୁଡ଼ି ପଡ଼ିବା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.