ନବୀନ ନିବାସରେ ମେଡିକାଲ ଛାତ୍ର ଇଫୁ ମଲ୍ଲିକ

ଭୁବନେଶ୍ବର : ନିଟ୍ ପରୀକ୍ଷାରେ ସଫଳତା ହାସଲ କରି କୋରାପୁଟସ୍ଥିତ ସହିଦ ଲକ୍ଷ୍ଣଣ ନାୟକ ମେଡିକାଲ କଲେଜରେ ପାଠ ପଢ଼ିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବାଲିଗୁଡାର ଛାତ୍ର ଇଫୁ ମଲ୍ଲିକ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ଅବସରରେ ଇଫୁ ଅତ୍ୟନ୍ତ ଭାବବିହ୍ବଳ ହେବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ତାଙ୍କୁ ବହୁତ ଖୁସି ଦେଇଥିବା ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଇଫୁଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ତାଙ୍କ ପ୍ରତିଭାର ଉଚ୍ଚ ପ୍ରଶଂସା କରିବା ସହିତ ଆଗକୁ ଏହିପରି ଉଦ୍ୟମ ଜାରି ରଖି ଦେଶବାସୀଙ୍କ ସେବା କରିବା ପାଇଁ ତାଙ୍କୁ ପ୍ରେରଣା ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଫୁଙ୍କ ସହିତ ସେଲ୍‌ଫି ଉଠାଇବା ସହିତ ଏକ ପୁସ୍ତକ ମଧ୍ୟ ଉପହାର ଦେଇଥିଲେ। ତେବେ ସେଲ୍ଫି ନେବା ବେଳେ ଇଫୁଙ୍କ ମୋବାଇଲ୍‌ ଭାଙ୍ଗିଥିବା ଦେଖି ମୁଖ୍ୟମନ୍ତ୍ରୀ ତାଙ୍କୁ ଏକ ମୋବାଇଲ ଉପହାର ଦେଇଥିଲେ।

Leave A Reply

Your email address will not be published.