ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁଲା ସାମୁଦ୍ରିକ ଝଡ ମାଣ୍ଡୋସ

ମାଲାପୁରମ: ବିଳମ୍ବିତ ରାତିରେ ଚେନ୍ନାଇ ନିକଟ ମାଲାପୁରମ ନିକଟରେ ଲାଣ୍ଡଫଲ କଲେ ସାମୁଦ୍ରିକ ଝଡ ମେଣ୍ଡୋସ । ଏହାର ପ୍ରଭାବରେ ତାମିଲନାଡୁ ଉପକୂଳରେ ପ୍ରବଳ ବର୍ଷା ହେଉଛି । ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ମେଣ୍ଡୋସ ଏବେ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଘଂଟା ପ୍ରତି ୫୫ ରୁ ୬୫ କିଲୋମିଟର ବେଗରେ ପବନ ବୋହୁଛି । ସାମୁଦ୍ରିକ ଝଡ ମେଣ୍ଡୋସ ସ୍ଥଳଭାଗ ଛୁଇଁବା ପରେ ଧିରେ ଧିରେ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ତିରୁଭାଲୁର, ଚେନ୍ନାଇ, ଚେଙ୍ଗଲାପାଟୁ, କାଂଚିପୁରମ ଜିଲ୍ଲାରେ ଭୀଷଣ ବର୍ଷା ସହ ଜୋରରେ ପବନ ବୋହୁଛି । ପ୍ରଶାସନ ପକ୍ଷରୁ ବାତ୍ୟା ଦୁର୍ବଳ ନହେବା ଯାଏଁ ଲୋକଙ୍କୁ ଘରୁ ନାବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ସେପଟେ ଉତର-ତାମିଲନାଡୁ ଓ ଦକ୍ଷିଣଆନ୍ଧ୍ରପ୍ରଦେଶର ଉପକୁଳ ଜିଲ୍ଲାଗୁଡିକରେ ମୁଶଳ ଧାରରେ ବର୍ଷା ସହ ପବନର ବେଗ ମଧ୍ୟ ବୃଦ୍ଧି ପାଇଛି । ଦିନ ସାଢ଼େ ୧୧ଟାରୁ ଏହା ଆହୁରି ଦୁର୍ବଳ ହେବ ବୋଲି ପୂର୍ବାନୁମାନ କରିଛି ଆଇଏମଡି । ସାମୁଦ୍ରିକ ଝଡକୁ ଆଖିରେ ରଖି ତାମିଲନାଡୁ, ପୁଡୁଚେରି ଓ ଆନ୍ଧ୍ରପ୍ରଦେଶରେ ରେଡ ଅଲର୍ଟ ଜାରି କରାଯାଇଛି । ଏହି ସବୁ ରାଜ୍ୟର ଉପକୂଳବର୍ତି ଜିଲ୍ଲାଗୁଡିକରେ ସ୍କୁଲ କଲେଜ ବନ୍ଦ ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

Leave A Reply

Your email address will not be published.