ଆଜି ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ; ଯୋଗ ଦେବେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ୨୦୦ ସାଧୁ

ଗାନ୍ଧୀନଗର: ଆଜି ବହୁ ବିଶିଷ୍ଟ ନେତା ଓ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲ୍‌ ଶପଥ ଗ୍ରହଣ କରିବେ।ତାଙ୍କ ପରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରାୟ ୨୫ଜଣ କ୍ୟାବିନେଟ୍‌ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ। ଗାନ୍ଧୀନଗରରେ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ନିତିନ ଗଡ଼କରୀ ଏବଂ ଅନ୍ୟାନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗ ଦେବେ। ସେହିପରି, ‘ବିଜେପି’ ଶାସିତ ରାଜ୍ୟ ଓ ତା’ର ମେଣ୍ଟ ଦଳର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଭୂପେନ୍ଦ୍ର ପଟେଲ୍‌ଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ। ଏହି ତାଲିକାରେ ଅଛନ୍ତି, ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସମାର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟାର, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମାଇ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ।

Leave A Reply

Your email address will not be published.