ଶିମିଳିପାଳ ଏବେ ଶିକାରୀଙ୍କ ଭୂସ୍ୱର୍ଗ: ଜବତ ହେଲା ମହାବଳ ବାଘ ଚମଡ଼ା

ବାରିପଦା : ଶିକାରୀଙ୍କ ପାଇଁ ଭୂସ୍ୱର୍ଗ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଶିକାରୀମାନେ ଶିମିଳିପାଳରେ ଦନ୍ତା ଶିକାର ପରେ ପ୍ରମାଣ ନଷ୍ଟ ପାଇଁ ଏହାକୁ ପୋଡ଼ି ଦେଇଥିଲେ ବନ କର୍ମଚାରୀ। ଏପରି ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଏବେ ଆଉ ଏକ ସାଂଘାତିକ ଘଟଣା ସାମନାକୁ ଆସିଛି। ଏଥର ଶିମିଳିପାଳରୁ ଏକ ମହାବଳ ବାଘର ଚମଡ଼ା ଜବତ ହୋଇଛି। ମହାବଳ ବାଘ ଶିକାର ପରେ ଛାଲ ବିକ୍ରି ପାଇଁ ଉଦ୍ୟମ କରୁଥିବା ବେଳେ ଆଜି ସକାଳେ  ଧରା ପଡ଼ି ଯାଇଛନ୍ତି ଶିକାରୀ । ଏସ୍‌ଟିଏଫ୍ ଜଣେ ଶିକାରୀକୁ ଧରିଥିବା ବେଳେ ଦୁଇ ଜଣ ଚଂପଟ ମାରିଛନ୍ତି । ବାରିପଦା ଉଦଳା ରାସ୍ତାର ଶ୍ରୀଦାମଚନ୍ଦ୍ରପୁରଠାରେ  ଆଜି ସକାଳେ ୩ ଜଣ ବାଘ ଛାଲ ବିକ୍ରି  ପାଇଁ ଉଦ୍ୟମ କରୁଥିବା ଏସଟିଏଫ ଖବର ପାଇଥିଲା। ଏହାପରେ ଏସଟିଏଫ ଟିମ୍‌ ଗରାଖ ସାଜି ସେଠାରେ ପହଞ୍ଚି ବାଘ ଛାଲ ପାଇଁ ମୁଲଚାଲ କରିଥିଲେ। ୫ ଲକ୍ଷରେ  ଡିଲ୍  ଫାଇନାଲ ହୋଇଥିଲା।  ଏହାପରେ ହଠାତ୍‌ ଏସ୍‌ଟିଏଫ୍ ଟିମ୍‌ ଚଢ଼ାଉ କରି ଜଣେ ଶିକାରୀକୁ ମାଡ଼ି ବସିଥିବା ବେଳେ ଘଟଣାସ୍ଥଳରୁ ଦୁଇ ଜଣ ଫେରାର ହୋଇଯାଇଛନ୍ତି ।

Leave A Reply

Your email address will not be published.