ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ତମାଣ୍ଡୋ ଥାନା ଏସ୍ ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୁଲିସ ଏସଆଇ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ତମାଣ୍ଡୋ ଥାନା ଏସ  ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଚଢ଼ାଉ କରୁଛି ଭିଜିଲାନ୍ସ । ସୂଚନା ଅନୁଯାୟୀ, ଭୁବନେଶ୍ୱର ଓ ନୟାଗଡ଼ର ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।ଭିଜିଲାନ୍ସ ରାଜଧାନୀର ପାଇକନଗରରେ ଥିବା ତାଙ୍କର ଚାରି ମହଲା କୋଠା, ନୟାଗଡ଼ ଜିଲ୍ଲା ରଣପୁର ଥାନାର ନଛିପୁରରେ ଥିବା ପୈତୃକ ବାସଭବନ ଓ  ତମାଣ୍ଡୋ ଥାନାର  ଅଫିସରେ ଏକକାଳୀନ ଚଢ଼ାଉ କରୁଛି ଭିଜିଲାନ୍ସ। ଏହି ଚଢ଼ାଉରେ ୩ଜଣ ଡିଏସପି, ୧୧ ଜଣ ଇନସିପେକ୍ଟର ଓ ୬ଜଣ ଏସ ଆଇ ସାମିଲ ଅଛନ୍ତି ।

Leave A Reply

Your email address will not be published.