ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ ସଶ୍ରମ ଜେଲ୍‌ଦଣ୍ଡ

ଫୁଲବାଣୀ : ଗୁରୁବାର ଦିନ ଫୁଲବାଣୀ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଏକ ନାବାଳିକା ଦୁଷ୍କର୍ମ ମାମଲାର ଶୁଣାଣି କରି ଦୁଷ୍କର୍ମକାରୀକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ୨୨ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି। ଜରିମାନା ଅନାଦେୟ ରହିଲେ ଅଧିକ ଦେଢ଼ବର୍ଷ କାରାଦଣ୍ଡ ଭୋଗିବାକୁ କୋର୍ଟ ନିଜ ରାୟରେ ଉଲ୍ଲେଖ କରିଛନ୍ତି।ଘଟଣାରୁ ପ୍ରକାଶ, ଗତ ୨୦୨୦ ମସିହା ଜାନୁଆରି ୨୬ରେ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଗଣେଶ ବେହେର୍ଦଳେଇ ଜଣେ ନାବାଳିକାକୁ ନିଜ ଘରୁ କେହି ନଥିବାବେଳେ ଉଠାଇ ନେଇ ଏକ ଜଙ୍ଗଲରେ ଦୁଷ୍କର୍ମ କରିଥିଲା। ଏ ନେଇ ପରିବାର ଲୋକେ ଥାନାରେ ଏତଲା ଦେବାପରେ ବ୍ରାହ୍ମଣୀଗାଁ ଥାନାରେ ମାମଲା ରୁଜୁ ହୋଇଥିଲା। ଆଜି ଏହି ମାମଲାର ବିଚାର କରି ସମସ୍ତ ସାକ୍ଷ୍ୟପ୍ରମାଣକୁ ଭିତ୍ତିକରି ପକ୍‌ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଉପରୋକ୍ତ ଦଣ୍ଡାଦେଶ ଶୁଣାଣି କରିଛନ୍ତି। ଏହି ମାମଲାରେ ପୀଡ଼ିତା ପରିବାରକୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଯୋଗାଇ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.