ହକି ବିଶ୍ୱକପ ପାଇଁ ଭୁବନେଶ୍ୱରରେ ଭାରତୀୟ ହକି ଟିମ୍

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଭାରତୀୟ ହକି ଟିମ୍। ଭାରତୀୟ ଦଳର ଖେଳାଳି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ପରେ ସେମାନଙ୍କୁ ସ୍ୱାଗତ କରାଯାଇଥିଲା। ହର୍ମନପ୍ରୀତ ସିଂଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଭୁବନେଶ୍ୱରରୁ ଝାରସୁଗୁଡ଼ା ବିମାନ ବନ୍ଦର ଦେଇ ସଂଧ୍ୟା ସୁଦ୍ଧା ରାଉରକେଲାରେ ପହଞ୍ଚିବେ । ଆସନ୍ତାକାଲିଠାରୁ ଭାରତୀୟ ଖେଳାଳି ନିୟମିତ ଭାବେ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅଭ୍ୟାସ କରିବେ। ଜାନୁଆରୀ ପ୍ରଥମ ସପ୍ତାହରୁ ବିଦେଶୀ ଦଳ ଗୁଡ଼ିକ ଭୁବନେଶ୍ୱର ଓ ରାଉକେଲାରେ ପହଞ୍ଚିବେ। ବିର୍ସା ମୁଣ୍ଡା ଷ୍ଟାଡିୟମରେ ନବ ନିର୍ମିତ ହୋଟେଲରେ ଭାରତୀୟ ଖେଳାଳିଙ୍କ ରହିବାର ବ୍ୟବସ୍ଥା ହୋଇଛି। ବିଶ୍ୱକପ୍ ହକି ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି।  ଓଡ଼ିଶାର ଅମିତ ରୋହିଦାସଙ୍କୁ ଉପଅଧିନାୟକ ଦାୟିତ୍ୱ ନେଇଛନ୍ତି। ଅମିତ ରୋହିଦାସଙ୍କ ସହ ସଂଜୀବ ନିଲମ ଖେସ୍ ବି ଦଳରେ ସାମିଲ୍ ହୋଇଛନ୍ତି।

Leave A Reply

Your email address will not be published.