ଆଜି ଓଡ଼ିଶା ଆସିବେ ଜେ.ପି. ନଡ୍ଡା, କର୍ମୀଙ୍କୁ ଦେବେ ମନ୍ତ୍ର

ଭୁବନେଶ୍ୱର : ଆଜି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ୨୦୨୪ ଲଢ଼େଇ ପାଇଁ ନଡ୍ଡା ନେତାଙ୍କୁ ଦେବେ ମନ୍ତ୍ର ଓ କର୍ମୀଙ୍କ ମଧ୍ୟରେ ଯୋଶ୍ ଭରିବେ । ୨୦୧୯ ତୁଳନାରେ ୨୪ ନିର୍ବାଚନରେ ଓଡ଼ିଶାରେ ଭୋଟ୍ ହାର ୫୦ ପ୍ରତିଶତକୁ ବୃଦ୍ଧି ସହ ଅଧିକ ଲୋକସଭା ଓ ବିଧାନସଭା ସିଟ୍ ଜିତିବା ଲକ୍ଷ୍ୟରେ ରହିଛି ବିଜେପି।  ଉଭୟ ନେତା ଓ କାର୍ଯ୍ୟକର୍ତ୍ତାଙ୍କ କାନରେ ଏହି ମନ୍ତ୍ର ଫୁଙ୍କିବାକୁ ଚାଲିଛି ଅଭିଯାନ। ଏଥିପାଇଁ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେ.ପି. ନଡ୍ଡା। କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ତୁମୁଡ଼ିବନ୍ଧ ଓ ପୁରୀ ସଂସଦୀୟ କ୍ଷେତ୍ରର ବାଣପୁରରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା।  ଏଠି ପ୍ରଶ୍ନ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ଓଡ଼ିଶା ଗସ୍ତ କାଳରେ ଦଳର ନେତା ଓ କର୍ମୀଙ୍କ କାନରେ କି ମନ୍ତ୍ର ଫୁଙ୍କିବେ ? ସୂଚନା ଅନୁସାରେ ନଡ୍ଡାଙ୍କ ଫୋକସରେ ରହିଛି ବୁଥ୍ ଶକ୍ତି କେନ୍ଦ୍ର ମଜବୁତ। ଏହାସହ ରାଜ୍ୟରେ ବଢ଼ି ଚାଲିଥିବା ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ଅସ୍ତ୍ର କରି ବିଜେଡି ସରକାର ବିରୋଧୀ ମାହୋଲ ସୃଷ୍ଟି କରିବା ଓ କେନ୍ଦ୍ର ସରକାରଙ୍କ ସୁଫଳ ଯୋଜନା ତଳସ୍ତରର ଲୋକଙ୍କ ପାଖରେ ପହଞ୍ଚାଇବେ ନଡ୍ଡା।

Leave A Reply

Your email address will not be published.