ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ

ଶ୍ରୀନଗର: ଜମ୍ମୁ-କଶ୍ମୀରର ସିଧରାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଏଠାରେ ଚାଲିଥିବା ଏନକାଉଣ୍ଟରରେ ଟଳିଛନ୍ତି ୩ ଜଣ ଆତଙ୍କବାଦୀ। ୩ ଜଣ ଯାକ ଆତଙ୍କବାଦୀ ଗୋଟିଏ ଟ୍ରକ୍‌ରେ ଥିବା ବେଳେ ସୁରକ୍ଷାକର୍ମୀଙ୍କ ସହ ସକାଳ ୭.୩୦ରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ଗୁଳି ବିନିମୟରେ ସମସ୍ତ ୩ ଜଣ ଯାକ ଆତଙ୍କବାଦୀ ନିହତ ହୋଇଥିବା ଜମ୍ମୁ-କଶ୍ମୀର ଏଡିଜିପି ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ସୁରକ୍ଷାକର୍ମୀମାନେ ସିଧରା ଅଞ୍ଚଳରେ ପ୍ୟାଟ୍ରୋଲିଂ କରୁଥିବା ବେଳେ ୩ ଜଣ ଆତଙ୍କବାଦୀ ଗୋଟିଏ ଟ୍ରକ୍‌ରେ ଲୁଚି ହମଲା କରିଥିଲେ। ଏହାର ଜବାବ ମଧ୍ୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଦିଆଯାଇଥିଲା। ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଯାକ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଏନକାଉଣ୍ଟର ସ୍ଥଳରୁ ୩ ଆତଙ୍କୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନଙ୍କ ନିକଟରୁ ଏକେ ସିରିଜର ୩ଟି ବନ୍ଧୁକ ଓ ବିସ୍ଫୋରକ ଜବତ ହୋଇଛି। ଏଥିସହ ସ୍ଥାନୀୟ ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଜାରି ରହିଛି।

Leave A Reply

Your email address will not be published.