ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ି‍‍ଲା ବିମାନ

ଭୁବନେଶ୍ୱର : ଭୁବନେଶ୍ୱରରୁ ରାଉରକେଲାକୁ ଆରମ୍ଭ ହୋଇଛି ବିମାନ ସେବା। ଭୁବନେଶ୍ୱରରୁ ରାଉରକେଲାକୁ ଆଜି ଆଲାଏନ୍ସ ଏୟାର ବିମାନ ଉଡିଛି। ଏହି ବିମାନ ସେବାକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ଦିଲ୍ଲୀରୁ ସେ ଭିସିରେ ଉଦଘାଟନ କରିଛନ୍ତି। ବିମାନକୁ ଫ୍ଲାଗଅଫ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଲାଏନ୍ସ ଏୟାର ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହୋଇଛି। ଆଲାଏନ୍ସ ଏୟାର ଦ୍ୱାରା ଚଳାଚଳ କରିବାକୁ ଥିବା ଏହି ବିମାନରେ ଏକକାଳୀନ ୭୨ ଜଣ ଯାତ୍ରୀ ଯାଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଉପସ୍ଥିତ ରହି ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣର ଫ୍ଲାଗ୍ ଅଫ୍ କରିଛନ୍ତି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ରାଉରକେଲା ରୁଟିନ୍ ଉଡାଣ ଆରମ୍ଭ ହେବ। ପ୍ରତିଦିନ ବିମାନ ଭୁବନେଶ୍ୱରରୁ ୨ଟା ୫୫ରେ ଛାଡ଼ିବ, ରାଉରକେଲାରେ ୩ଟା ୫୦ରେ ପହଞ୍ଚିବ। ସେହିଭଳି ରାଉରକେଲାରୁ ୪ଟା ୧୫ରେ ବାହାରି ଭୁବନେଶ୍ୱରରେ ୫ଟା ୧୦ରେ ପହଞ୍ଚିବ। ପ୍ରାରମ୍ଭିକ ଭାବେ ଭୁବନେଶ୍ୱରରୁ ରାଉରକେଲା ବିମାନ ଭଡ଼ା ୨୮ ଶହ ୩ ଟଙ୍କା ଥିବାବେଳେ ରାଉରକେଲାରୁ ଭୁବନେଶ୍ୱର ବିମାନ ଭଡ଼ା ୨୭ ଶହ ୨୧ ଟଙ୍କା ରହିଛି।

Leave A Reply

Your email address will not be published.