ପ୍ରଥମ ଦିନିକିଆରେ ଟସ୍‌ ଜିତିଲା ଶ୍ରୀଲଙ୍କା, ଖେଳୁ ନାହାନ୍ତି ସୂର୍ଯ୍ୟ କୁମାର ଯାଦବ

ଗୌହାଟୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଆଜି ଠାରୁ ଆରମ୍ଭ ହୋଇଛି ଦିନିକିଆ ସିରିଜ୍‌। ଗୌହାଟୀରେ ଖେଳା ଯାଉଥିବା ପ୍ରଥମ ଦିନିକିଆରେ ଶ୍ରୀଲଙ୍କାର ଅଧିନାୟକ ଦସୁନ ଶଣକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ରୋହିତ ଶର୍ମାଙ୍କ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବ। ଦିନିକିଆ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟି-୨୦ ସିରିଜ ଖେଳି ଥିଲା। ଏହି ସିରିଜକୁ ଦଳ ୨-୧ରେ ଜିତି ନେଇଛି। ଏବେ ରୋହିତ ଶର୍ମା ଆଣ୍ଡ କୋ ଶ୍ରୀଲଙ୍କା ବିପକ୍ଷରେ କେମିତି ପ୍ରଦର୍ଶନ କରୁଛନ୍ତି, ତା’ ଉପରେ ସମସ୍ତଙ୍କ ନଜର। ଚଳିତ ବର୍ଷ ଦିନିକିଆ ବିଶ୍ୱକପ ମଧ୍ୟ ଖେଳାଯିବ। ସେ ଦୃଷ୍ଟିରୁ ଶ୍ରୀଲଙ୍କା ବିପକ୍ଷ ସିରିଜ ବେଶ ଗୁରୁତ୍ୱପୂର୍ଣ୍ଣ।

Leave A Reply

Your email address will not be published.