ବାଲେଶ୍ୱର ଉପଜିଲ୍ଲାପାଳଙ୍କୁ ପ୍ରାଣାନ୍ତକ ଆକ୍ରମଣ ଘଟଣାରେ ୨ ଅଭିଯୁକ୍ତ ଅଟକ

ବାଲେଶ୍ଵର: ବେଆଇନ ବାଲିଘାଟରେ ଚଢ଼ଉ ସମୟରେ ବାଲେଶ୍ୱର ଉପଜିଲ୍ଲାପାଳ କୁନାଲ ମୋତିଲାଲ ଚୌହାନଙ୍କ ସମେତ ତାଙ୍କ ଡ୍ରାଇଭରଙ୍କ ଉପରେ ଶୁକ୍ରବାର ହୋଇଥିବା ପ୍ରାଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ ତତ୍ପରତା ଦେଖାଇଛି। ବାଲେଶ୍ବର ପୁଲିସ୍‌ ଆକ୍ରମଣ ଘଟଣାରେ ସାମିଲ ଥିବା ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହି ଘଟଣାରେ ଫେରାର ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପୁଲିସ କହିଛି। ସୂଚନାଯୋଗ୍ୟ, ବାଲେଶ୍ବର ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଫିଲାଡି କଣ୍ଟାବଣିଆ ନିକଟ ବୁଢାବଳଙ୍ଗ ନଦୀରେ ଏକ ବେଆଇନ ବାଲିଘାଟରେ ଚଢ଼ଉ କରିବାକୁ ଯାଇ ବାଲେଶ୍ଵର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଏବଂ ତାଙ୍କ ଡ୍ରାଇଭର ପ୍ରାଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ। ଉପଜିଲ୍ଲାପାଳ ଦ୍ୱିପ୍ରହର ସମୟରେ ଏକ ଅବକାରୀ ଗାଡ଼ିରେ ଅତର୍କିତ ଚଢ଼ଉ ବେଳେ ପ୍ରାୟ ୧୦ରୁ ୧୨ ଜଣ ବାଲି ମାଫିଆ ଇଟା, ବେଲଚା ଆଉ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ମାଫିଆମାନେ ଛତ୍ରଭଙ୍ଗ ଦେଇ ଫେରାର ହୋଇଥିଲେ।

Leave A Reply

Your email address will not be published.