ବାଲି ବୋଝେଇ ହାଇୱା ଧକ୍କାରେ ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଦାସଙ୍କ ମୃତ୍ୟୁ

ଯାଜପୁର: ପୂର୍ବତନ ଯାଜପୁର ସାଂସଦ ଅନାଦି ଦାସଙ୍କ ପୁଅ ତଥା ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ଗାଡ଼ି ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ବାଇକରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ଶ୍ରୀ ଦାସ ଦୁର୍ଘଟଣା ଶିକାର ହୋଇଛନ୍ତି। ତାଙ୍କ ଉପରେ ଦ୍ରୁତଗତିରେ ଯାଉଥିବା ହାଇଓ୍ବା ମାଡ଼ି ଯାଇଥିବା କୁହାଯାଉଛି। ଏହି ଦୁର୍ଘଟଣାରେ ଅର୍ଜୁନ ଚରଣ ଦାସଙ୍କର ମୃତ୍ୟୁ ହୋଇଥିଲା ବେଳେ ତାଙ୍କର ସହଯୋଗୀ ଅନନ୍ତ ମହାନ୍ତି ଗୁରୁତର ହୋଇଛନ୍ତି। ଅନନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଆଜି ବିଆରଏସ୍‌ ପକ୍ଷରୁ ଭୁବନେଶ୍ବରରେ ଆୟେଜିତ ଏକ କୃଷକ ସମ୍ମିଳନୀରେ ଯୋଗଦେବାକୁ ପୂର୍ବତନ ବିଧାୟକ ଅର୍ଜୁନ ଚରଣ ଦାସ ଜଣେ ସହଯୋଗୀ ଅନନ୍ତ ମହାନ୍ତିଙ୍କ ସହିତ ଯାଉଥିଲେ। ଖରସ୍ରୋତା ବ୍ରିଜ ଉପରେ ତାଙ୍କର ଉପରେ ଏକ ବାଲିବୋଝେଇ ହାଇୱା ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଶ୍ରୀ ଦାସଙ୍କ ମୃତ୍ୟୁ ହୋଇଥିଲା। ସହଯୋଗୀ ଅନନ୍ତ ମହାନ୍ତି ଗୁରୁତର ହୋଇଥିଲେ। ଅନନ୍ତଙ୍କୁ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ଥିତି ଖରାପ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯିବ ବୋଲି ଡାକ୍ତର କହିଛନ୍ତି। ଯାଜପୁର ସଦର ପୁଲିସ ବାଲିବୋଝେଇ ହାଇୱାକୁ ଜବତ କରିଥିବା ବେଳେ ଅଭିଯୁକ୍ତ ଚାଳକ ଫେରାର ଅଛି।

Leave A Reply

Your email address will not be published.