ବନବିଭାଗ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ

କଟକ: ବନବିଭାଗର ହେପାଜତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ପୁଲିସ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ଜଣଙ୍କୁ ଉଠାଇନେଇଥିବାର ଖବର ମିଳିଛି। ଏମାନଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କିଛି ଦିନ ତଳେ ବଡ଼ମ୍ବା ଏବଂ ହିନ୍ଦୋଳ ସଂରକ୍ଷିତ ଜଙ୍ଗଲର ସୀମାବର୍ତ୍ତୀ ଅଞ୍ଚଳରୁ ଏକ ଗଳିତ ଗୁଳିବିଦ୍ଧ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମାମଲାରେ ବନ ବିଭାଗ ଜଣଙ୍କୁ ଗତକାଲି ଉଠାଇ ଆଣି ଅଟକ ରଖିଥିଲା। କିନ୍ତୁ ରେଞ୍ଜରଙ୍କ ହେପାଜତରେ ଥିବା ଉକ୍ତ ଅଭିଯୁକ୍ତଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ମୃତକ ଖୁଣ୍ଟକଟା ସାତଗୋଛିଆ ଗାଁର ଧନେଶ୍ବର ବେହେରା (୫୯) ବୋଲି ଜଣାଯାଇଛି। ଏହାପରେ ଆଠଗଡ଼ ଥାନା ପୁଲିସ୍ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ ଜଣଙ୍କୁ ଉଠାଇନେଇଥିବା ଜଣାଯାଇଛି। ଏଣେ ଖବର ପାଇ ମୃତକଙ୍କ ପରିବାର ଆଠଗଡ଼ ଡାକ୍ତରଖାନାରେ ଆସି ପହଞ୍ଚିଥିବାର ସୂଚନା ରହିଛି।

Leave A Reply

Your email address will not be published.