ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ମହାମହିମ

ଭୁବନେଶ୍ୱର : ଭୁବନେଶ୍ୱରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିର୍ଦ୍ଧାରିତ ସମୟର ୧୫ ମିନିଟ ପୂର୍ବରୁ ବିମାନ ବନ୍ଦରରେ ପହଞ୍ଚଥିଲେ । ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ଥିଲେ। ବିମାନବନ୍ଦରରୁ ବାହାରି ଉତ୍କଳ ମଣ୍ଡପରେ ଅନୁଷ୍ଠିତ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି। ଏହାପରେ ଅପରାହ୍‌ଣ ୪ଟା ୫ରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ଅଛନ୍ତି ମୋଟ ୪୦ ପ୍ଲାଟୁନ ଫୋର୍ସ ଓ ୨ ଶହ ଅଫିସର । ବ୍ଲୁ ବୁକ୍‌ ଅନୁସାରେ କରାଯାଇଛି ସୁରକ୍ଷା ବନ୍ଦୋବସ୍ତ । ଆସନ୍ତାକାଲି ଲିଙ୍ଗରାଜ ମନ୍ଦିର ଯିବେ ଦ୍ରୌପଦୀ ମୁର୍ମୁ । ଏହାସହ କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ-NRRIରେ ଦ୍ୱିତୀୟ ରାଇସ କଂଗ୍ରେସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି।

Leave A Reply

Your email address will not be published.