କେତେ ଅଛି ଆଜିର ସୁନା ଓ ରୂପା ଦର

ଭୁବନେଶ୍ୱର:  ନଜର ପକାନ୍ତୁ ଆଜି କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୪୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୬,୧୮୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି କିଛି ବୃଦ୍ଧି ପାଇ ୫ ୨, ୨୦୦ ଟଙ୍କା ଓ ୫୬, ୯୫୦ ଟଙ୍କା ଛୁଇଁଛି। ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୫ ୨, ୨୦୦ ଟଙ୍କା ଓ ୫୬, ୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୩୫୦ ଟଙ୍କା ଓ ୫୭,୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫ ୨, ୨୦୦ ଟଙ୍କା ଓ ୫୬, ୯୫୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି । ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୪,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.