ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ଆଜି ସନ୍ଧ୍ୟାରେ ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ତେଣୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ। ହରିତାଳ, ହିଙ୍ଗୁଳ, କସ୍ତୁରୀ ଓ କଳା ଧଳା ଆଦି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ।

Leave A Reply

Your email address will not be published.