ଭୁବନେଶ୍ୱର : ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୬,୩୮୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୧୫୦ ଟଙ୍କା ଓ ୫୭,୮୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ମଧ୍ୟ ଆଜି କମ୍ ହୋଇଛି। ଆଜି ରୁପା କିଲୋଗ୍ରାମକୁ ୧୦୦ ଟଙ୍କା କମି ୬୮,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।