ଆଜି ଦୋଳ ପୂର୍ଣ୍ଣିମା : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତ କରାଯାଉଛି । ସକାଳ ୯ଟା ଭିତରେ ଶ୍ରୀଜିଉଙ୍କ ସୁନାବେଶ ବା ରାଜାଧିରାଜ ବେଶ ଶେଷ ହୋଇଛି । ରାତି ୧୦ଟା ୩୫ରେ ସୁନାବେଶ ଓଲାଗି ହେବ । ସକାଳ ଧୂପ ସରିବା ପରେ ଦୋଳଗୋବିନ୍ଦ ଶ୍ରୀଦେବୀ ଓ ଭୁଦେବୀଙ୍କ ସହ ଦୋଳବେଦୀକୁ ବିଜେ କରିଥାନ୍ତି । ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶ୍ଵାସ ରହିଛି। କାରଣ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳ ପୂର୍ଣ୍ଣିମା।

Leave A Reply

Your email address will not be published.