୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଡ଼ିଶା:  ଆଜିଠୁ କମିବ ପଶ୍ଚିମା ଝଡ଼ର ପ୍ରଭାବ। ୨୪ ଘଣ୍ଟା ପାଇଁ ଉପକୂଳ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜିଠୁ ୫ତାରିଖ ଯାଏ ପାଗ ସ୍ୱାଭାବିକ ରହିବ। ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ। ଆଜିଠୁ ତାପମାତ୍ରା ବୃଦ୍ଧି ଘଟିବ। ତାପମାତ୍ରା ୩ରୁ ୫ଡିଗ୍ରି ସେଲ୍‌ସିୟସ ବୃଦ୍ଧି ପାଇପାରେ।

Leave A Reply

Your email address will not be published.