ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି : ସକାଳ ୮ଟା ୩୦ ସୁଦ୍ଧା ପଶ୍ଚିମ ଓଡିଶାର ୩ ପ୍ରମୁଖ ସ୍ଥାନର ପାରା ଡେଇଁଲା ୩୫ ଡିଗ୍ରୀ

ଝାରସୁଗୁଡ଼ା: ସକାଳୁ ସକାଳୁ ଅସହ୍ୟ ତାତି । ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଇଲାଣି । ସକାଳ ୮ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୩୮.୬ ଡିଗ୍ରୀ ପାରଦ ରେକର୍ଡ ହୋଇଥିବା ବେଳେ ସମ୍ବଲପୁରର ତାପମାତ୍ରା ରହିଛି ୩୬.୪ ଡିଗ୍ରୀ । ସେହିପରି ଭୁବନେଶ୍ୱର ତାପାମାତ୍ର ୩୪.୨ ଡିଗ୍ରୀ ରେକର୍ଡ କରାଯାଇଛି ।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ୧୮ ତାରିଖ ଯାଏଁ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଏହି ସମୟରେ କିଛି କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୬ରୁ ୭ ଡିଗ୍ରୀ ଅଧିକ ରେକର୍ଡ ହେବା ସମ୍ଭାବନା ରହିଛି । ଏହା ପରେ ତାତି କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସକାଳ ୮ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ ହୋଇଥିବା ତାପମାତ୍ରା ।

Leave A Reply

Your email address will not be published.