ଦୁଇ ଦିନିଆ କନ୍ଧମାଳ ଗସ୍ତରେ 5T ସଚିବ

କନ୍ଧମାଳ : କେତେ ଆଗେଇଛି କନ୍ଧମାଳ ଜିଲ୍ଲାର ବିକାଶ । କେଉଁଥିରେ ହୋଇଛି ଉନ୍ନତି, କ’ଣ କ’ଣ ରହିଛି ବାକି । ଆଜିଠାରୁ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଯାଇ ସମୀକ୍ଷା କରିବେ 5T ସଚିବ ଭି.କେ ପାଣ୍ଡିଆନ । ଅପରାହ୍ନ ୪ଟାରେ ଗୁଦାରିରରେ ପହଞ୍ଚିବା ପରେ ସେଠାରୁ ବଲସକୁମ୍ପା ଯାଇ ବରାଳଦେବୀ ମନ୍ଦିର ପରିଦର୍ଶନ କରିବେ ।ଫୁଲବାଣୀସ୍ଥିତ କନ୍ଧମାଳ ଷ୍ଟାଡିୟମରେ ପ୍ରସ୍ତାବିତ ସ୍ପୋର୍ଟସ କମ୍ପେ୍ଲ ନେଇ ବିଚାର ଆଲୋଚନା କରିବା ସହିତ ନାଗରିକ ସମାଜ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ପରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଫୁଲବାଣୀ ନୂଆ ବସଷ୍ଟାଣ୍ଡ ଯାଇ କାର୍ଯ୍ୟର ପ୍ରଗତି ଅନୁଧ୍ୟାନ କରିବେ । ସନ୍ଧ୍ୟାରେ କରୋନେସନ ପଡ଼ିଆଠାରେ ବ୍ୟାଙ୍କ ମିତ୍ର, ଏମବିକେ ଓ ମିଶନ ଶକ୍ତି ସଦସ୍ୟାମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ପୋଲିସ ରିଜର୍ଭ ପଡ଼ିଆରେ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସହିତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିବେ ଫାଇଭ-ଟି ସଚିବ ।ସେହିପରି ଆସନ୍ତାକାଲି ସକାଳେ ଉଦ୍ୟାନ କୃଷି କାର୍ଯ୍ୟାଳୟ ପରିସରରେ ଏସ୍ଏଚଡିଙ୍କ ଦ୍ବାରା ଚାଲିଥିବା ପ୍ରକ୍ରିୟାକରଣ ଉଦ୍ୟୋଗ ପରିଦର୍ଶନ ଓ ତିଲକପଡ଼ାଠାରେ ନିର୍ମାଣାଧୀନ ମେଡିକାଲ କଲେଜର ଅଗ୍ରଗତି ନେଇ ଅନୁଧ୍ୟାନ କରିବା କାର୍ଯ୍ୟକ୍ରମ ରହିଛି । ସେଠାରୁ ଫିରିଙ୍ଗିଆ ଯାଇ ଡିଣ୍ଡିରା ଗାଁ ଆଦର୍ଶ ବିଦ୍ୟାଳୟ, ଫିରିଙ୍ଗିଆ ମିଶନ ଶକ୍ତି କାଫେ, ମିନି ଷ୍ଟାଡିୟମ, ରତଙ୍ଗ ଉଚ୍ଚ ବିଦ୍ୟାଳୟ, ରତଙ୍ଗ ଆଦର୍ଶ ପୋଖରୀ ଏବଂ ବନ୍ଧଗଡ଼ କସମ କାର୍ଯ୍ୟାଳୟ ପରିଦର୍ଶନ କରିବେ ।ଏହାପରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ କେ.ନୂଆଗାଁ ଆଦର୍ଶ ଡିଗ୍ରୀ ମହାବିଦ୍ୟାଳୟ ଓ ମାହାସିଙ୍ଗ ପଥପ୍ରାନ୍ତ ସୁବିଧା କେନ୍ଦ୍ର ତଦାରଖ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ବାଲିଗୁଡାରେ ପାଟ୍ଟଖଣ୍ଡା ମନ୍ଦିର ଓ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ସଦସ୍ୟମାନଙ୍କ ସହ ଆଲୋଚନା କରିବେ ।ବାଲିଗୁଡ଼ା ଆମ ଡାକ୍ତରଖାନା ଓ ମିନି ଷ୍ଟାଡିୟମ ପରିଦର୍ଶନ କରି ସେଠାରୁ ଦାରିଙ୍ଗବାଡ଼ି ଅଭିମୁଖେ ଗସ୍ତ କରିବେ ଫାଇଭ-ଟି ସଚିବ । ଦାରିଙ୍ଗବାଡ଼ିର ହିଲ୍‌ ଭିୟୁ ପାର୍କ, ଇକୋ କଟେଜ୍ ଓ ମିନି ଷ୍ଟାଡିୟମ ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ଜି.ଉଦୟଗିରି ଯାଇ କଳିଙ୍ଗ ମହାବିଦ୍ୟାଳୟରେ ବିଭିନ୍ନ ଏସ୍ଏଜି, ନାଗରିକ କମିଟି ଓ ସାମାଜିକ ସଙ୍ଗଠନ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ।

Leave A Reply

Your email address will not be published.