୪ରେ ଲଘୁଚାପ, ୩ରୁ ଉପକୂଳ ଓ ଦକ୍ଷିଣରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଦୁର୍ବଳ ପ୍ରବାହ ଯୋଗୁଁ ରାଜ୍ୟରେ ବର୍ଷାର ମାତ୍ରା କମିଥିବା ବେଳେ ତାପମାତ୍ରା ସାମାନ୍ୟ ବଢ଼ିଛି। ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ଯୋଗୁଁ ଗୁଳୁଗୁଳି ମଧ୍ୟ ବଢ଼ିଛି। ଉପକୂଳ ଓଡ଼ିଶାରେ ଅଧିକ ଗୁଳୁଗୁଳି ଅନୁଭୂତ ହେଉଛି। ଶନିବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୩୬.୬ ଡିଗ୍ରି ‌ରେକର୍ଡ ହୋଇଥିବା ବେଳେ ଆର୍ଦ୍ରତା ରହିଥିଲା ୫୭%। ରାଜଧାନୀବାସୀ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇଥିଲେ। ସେହିପରି ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଆର୍ଦ୍ରତା ୭୦%ରୁ ଅଧିକ ରହିଥିଲା। ଫଳରେ ଗୁଳୁଗୁଳିରେ ଉପକୂଳବାସୀ ସନ୍ତୁଳି ହୋଇଥିଲେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅପରପକ୍ଷେ ୪ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୩ରୁ ୫ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.