ପୁରୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ପୁରୀ : ପୁରୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଆଉ କିଛି ସମୟ ପରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ ଅର୍ଥମନ୍ତ୍ରୀ। ଜଗନ୍ନାଥଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା କାର୍ଯ୍ୟକ୍ରମ ରହିଛି। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିବେ। ଏହାପରେ ଉଭୟ କେନ୍ଦ୍ରମନ୍ତ୍ରୀ ବ୍ଲୁ ଫ୍ଲାଗ ବିଚରେ ମେରୀ ମାଟି ମେରା ଦେଶ ବିଷୟବସ୍ତୁ ଉପରେ ନିର୍ମିତ ବାଲୁକା କଳାକୃତି ପରିଦର୍ଶନ କରିବେ। ଏହାପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମରେ ସାମିଲ ହୋଇ ବୃକ୍ଷରୋପଣ କରିବା ସହ ପଂଚପ୍ରାଣ ଶପଥ ଗ୍ରହଣ କରିବେ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଉଭୟ କେନ୍ଦ୍ରମନ୍ତ୍ରୀ ପୁରୀ ଜିଲ୍ଲାର ବୀରହରେକୃଷ୍ଣପୁରସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ଏହାପରେ ଭୁବନେଶ୍ୱର ଫେରି ହୋଟେଲ ମେ’ଫେୟାରରେ କୁଇ ଓ ଦେଶିୟା ଭାଷାରେ ଦୁଇଟି ପୁସ୍ତକକୁ ଉନ୍ମୋଚନ କରିବେ । ଏହାପରେ ଅପରାହ୍ନ ୫ଟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ସୀତାରମଣ ସୋଆ ବିଶ୍ୱବିଦ୍ୟାଳୟର ସଭାଗୃହଠାରେ ବିଂଶତମ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମଧ୍ୟ ଯୋଗ ଦେବେ । ଆଜି ରାତିରେ ଶ୍ରୀମତୀ ସୀତାରମଣ ଭୁବନେଶ୍ୱର ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.