ଲଘୁଚାପ ଆଣିବ ବଡ଼ ବର୍ଷା

ଭୁବନେଶ୍ୱର : ଆଜିଠୁ ପୁଣି ବଢିବ ବର୍ଷା । ବଡ଼ ବର୍ଷା ଆଣିବ ଲଘୁଚାପ। ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ବର୍ତ୍ତମାନ ଉତ୍ତରପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ୧୮ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.