୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ଓ ୧୫ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

 ଭୁବନେଶ୍ୱର: ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ପୂର୍ବ ଭାଗ ଆଜି (ଶୁକ୍ରବାର) ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ପାଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏପରି ବର୍ଷା ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଜାରି ରହିବ। ୨୭ ତାରିଖ ଠାରୁ ବର୍ଷାର ପ୍ରକୋପ କମିବ। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୬ ତାରିଖ ଅପରାହ୍ନ ସୁଦ୍ଧା ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର, ଦକ୍ଷିଣ ଓ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛ ଏବଂ ୧୫ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି (ଶୁକ୍ରବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Leave A Reply

Your email address will not be published.