ମଧ୍ୟାହ୍ନ ୧୨ଟାରେ ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ

କଟକ: ପ୍ରଖ୍ୟାତ ସାହିତ୍ୟିକ ତଥା ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ଆଜି ମଧ୍ୟାହ୍ନ ୧୨ଟାରେ କରାଯିବ। ଖାନନଗର  ବିଦ୍ୟୁତ୍ ଚୁଲାରେ ତାଙ୍କର ସତ୍କାର ହେବ। ନିଜର ଇଚ୍ଛାପତ୍ରରେ ତାଙ୍କର ମୃତଦେହ ଖାନନଗର ଶ୍ମଶାନ ବିଦ୍ୟୁତ୍ ଚୁଲାରେ ସତ୍କାର ହେବ ବୋଲି ଉଲ୍ଲେଖ କରିଥିବା କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ପ୍ରଶାସନ ପକ୍ଷରୁ ଏନେଇ ପଦକ୍ଷେପ ଗ୍ରହଣ କରାଯାଇଛି।

gpkandhamal

ସୂଚନାଯୋଗ୍ୟ, ଏହି ମହାନ ସାହିତ୍ୟ ସ୍ରଷ୍ଟାଙ୍କର ୯୫ ବର୍ଷ ବୟସରେ ଆଜି କଟକ ବଡ଼ ମେଡିକାଲରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷା ସାହିତ୍ୟରେ ଏକ ଯୁଗର ଅନ୍ତ ଘଟିଛି। ନିମୋନିଆରେ ଆକ୍ରାନ୍ତ ହେବା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଅଗଷ୍ଟ ୪ ତାରିଖରେ ଭର୍ତ୍ତି କରାଯାଇଥିଲା। ୨୬ ତାରିଖ ରାତି ୯ଟାରେ ତାଙ୍କୁ ଭେଣ୍ଟିଲେଟର୍‌କୁ ନିଆଯାଇଥିଲା। କିନ୍ତୁ ରବିବାର ୨୭ ତାରିଖ ରାତି ୯ଟାରେ ତାଙ୍କର ହୃଦ୍‌ଘାତରେ ପରଲୋକ ହୋଇଥିଲା। ବିଳମ୍ବିତ ରାତିରେ ତାଙ୍କ ମରଶରୀରକୁ କଟକ ତିନିକୋଣିଆ ବଗିଚାସ୍ଥିତ ବାସଭବନ ‘ଚନ୍ଦ୍ରଭାଗା’କୁ ନିଆଯାଇଥିଲା। ସୋମବାର ତାଙ୍କ ଶେଷ ଇଚ୍ଛା ଅନୁସାରେ ମରଶରୀରକୁ ଦାହ କରାଯିବ ବୋଲି ସୂଚନା ମିଳିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସରକାର ଘୋଷଣା କରିଛନ୍ତି।

Umasankar Adv

ଡ. ମହାପାତ୍ର ୧୯୨୮ ଅକ୍ଟୋବର ୨୨ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ସେ କଟକସ୍ଥିତ ଷ୍ଟିୱାର୍ଟ ସ୍କୁଲରେ ପାଠ ପଢ଼ିଥିଲେ। ବିହାରର ପାଟଣା ବିଶ୍ବବିଦ୍ୟାଳୟରେ ସେ ପଦାର୍ଥ ବିଜ୍ଞାନରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୪୯ ମସିହାଠାରୁ ରାଜ୍ୟ ସରକାରଙ୍କ ବିଭିନ୍ନ କଲେଜ (ସମ୍ବଲପୁରସ୍ଥିତ ଗଂଗାଧର ମେହେର କଲେଜ, ଭୁବନେଶ୍ବରସ୍ଥିତ ବିଜେବି କଲେଜ, ବାଲେଶ୍ବରସ୍ଥିତ ଫକୀର ମୋହନ କଲେଜ ଓ କଟକସ୍ଥିତ ରେଭେନ୍ସା କଲେଜ ଓ ଶୈଳବାଳା ମହିଳା କଲେଜ)ରେ ପଦାର୍ଥ ବିଜ୍ଞାନ ଅଧ୍ୟାପକ ଥିଲେ। ୧୯୮୬ ମସିହାରେ ସେ ବର୍ତ୍ତମାନର ଶୈଳବାଳାରୁ ଅବସର ନେଇଥିଲେ। ୧୯୬୦ ମସିହା ପରେ ସେ ଲେଖକୀୟ ଜୀବନ ଆରମ୍ଭ କରିଥିଲେ। ଉଭୟ ଇଂରାଜୀ  ଓ ଓଡ଼ିଆ ସାହିତ୍ୟରେ ତାଙ୍କର ଅପରିସୀମ ଦକ୍ଷତା ଥିଲା। ଇଂରାଜୀ କବିତା ପାଇଁ ସେ ପ୍ରଥମ ଭାରତୀୟ କବି ଭାବେ ‌କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣ କରିଥିଲେ। ୨୦୦‌୯ରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ଉପାଧୀ ପ୍ରଦାନ କରିଥିଲେ।

Leave A Reply

Your email address will not be published.