୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଗତକାଲି (ମଙ୍ଗଳବାର) ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୃଷ୍ଟି ଆଜି (ବୁଧବାର) ଦୁର୍ବଳ ହୋଇ ପଡ଼ିଛି। କିନ୍ତୁ, ଲଘୁଚାପ କ୍ଷେତ୍ର ସହ ଜଡିତ ଥିବା ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ୭.୬ କିମି ଯାଏଁ ସକ୍ରିୟ ରହିଛି।

ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି (ବୁଧବାର) ତାର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ବିକେନାରରୁ ବାହାରି ଗୁନା, ମାଣ୍ଡଲା, ରାଏପୁର ମଧ୍ୟ ଦେଇ ଆନ୍ଧ୍ରପ୍ରଦେଶର କଳିଙ୍ଗାପାଟନମରୁ ଦକ୍ଷିଣ ପୂର୍ବ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ତଥା ବାୟୁମଣ୍ଡଳରେ ୨.୧ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Umasankar Adv
Leave A Reply

Your email address will not be published.