୭୨ ଘଣ୍ଟାରେ ଲଘୁଚାପ, ୧୫ ଯାଏ ବର୍ଷା

ଭୁବନେଶ୍ବର: ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ବବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି। ଆଜି ସଂଧ୍ୟା ସାଢ଼େ ୫ଟା ସୁଦ୍ଧା କୋରାପୁଟ ସହରରେ ୭୭ ମିମି ବର୍ଷା ରେକର୍ଡ ହୋଇଛି। ଆସନ୍ତା ୭୨ ଘଣ୍ଟା‌ ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

gpkandhamal

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ ଆଦି ଜିଲ୍ଲାର ‌ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୭ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏଥିସହ ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଧା, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ୧୫ ତାରିଖ ଯାଏ ସାରା ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି କୁହାଯାଇଛି।

Umasankar Adv

୧ ଜୁନ୍‌ରୁ ୧୧ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ସର୍ବମୋଟ ୮୯୧.୮ ମିମି ବର୍ଷା ହୋଇଯାଇଛି। ଯାହାକି ସ୍ବାଭାବିକ ବର୍ଷା ୧୦୧୮.୪ ମିମି ତୁଳନାରେ ୧୨% କମ୍‌। ଏହି ସମୟ ଅବଧି ମଧ୍ୟରେ ୧୦ ଜିଲ୍ଲାରେ ଅଭାବୀ ବର୍ଷା ହୋଇଥିବା ବେଳେ ଅବଶିଷ୍ଟ ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ଆକାଶ ଆଂଶିକ ମେଘୁଆ ରହିବ।

Leave A Reply

Your email address will not be published.