୮ ଦିନ ବିଳମ୍ବରେ ଦେଶରୁ ଆରମ୍ଭ ହୋଇଛି ‌ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା

ଭୁବନେଶ୍ବର: ୮ ଦିନ ବିଳମ୍ବରେ ଦେଶରୁ ଆରମ୍ଭ ହୋଇଛି ‌ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା। ଦକ୍ଷିଣ ପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ସ୍ବାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଆଜି ୨୫ ସେପ୍ଟେମ୍ବରରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରୁ ସାଧାରଣତଃ ୧୫ ଅକ୍ଟୋବରରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଥାଏ। ତେବେ ୮ ଦିନ ବିଳମ୍ବରେ ଦେଶରୁ ମୌସୁମୀ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଥିବା କାରଣରୁ ଓଡ଼ିଶାରୁ ମଧ୍ୟ ‌ବିଳମ୍ବରେ ମୌସୁମୀ ଫେରିପାରେ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ ଗୁରୁଚାପ ବଳୟ ରହିଛି।

ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Umasankar Adv
Leave A Reply

Your email address will not be published.