ବଙ୍ଗୋପସାଗରରେ ସୃଷ୍ଟିହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ମିଆଁମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାପରେ ଏହା ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

gpkandhamal

ଏସବୁର ପ୍ରଭାବରେ ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୩ ତାରିଖ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ଗୁରୁବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

Umasankar Adv
Leave A Reply

Your email address will not be published.