୬ରୁ ବଦଳିପାରେ ପାଗ

ଭୁବନେଶ୍ବର : ଉତ୍ତର ଛତିଶଗଡ଼ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଏବଂ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଗ ମେଘୁଆ ରହିଥିବାବେଳେ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଏବଂ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୬ରୁ ପାଗରେ ପରିବର୍ତ୍ତନ ଆସିପାରେ। ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁର (ବରଗଡ଼)ରେ ୧୧୪ ମି.ମି., ରାୟଗଡ଼ାର ପଦ୍ମପୁରରେ ୧୧୪ମି.ମି., ଢେଙ୍କାନାଳର କଙ୍କଡ଼ାହାଡ଼ରେ ୧୦୯.୬ ମି.ମି., ସୁବର୍ଣ୍ଣପୁରରେ ୧୦୮.୮ମି.ମି., ବୌଦ୍ଧ ଖଇରମାଳରେ ୯୭.୮ମି.ମି., ସମ୍ବଲପୁରର ବାମରରେ ୯୭.୪ ଏବଂ ଜୁଜୁମରାରେ ୯୩.୮ ମି.ମି. ବର୍ଷା ହୋଇଛି। ସୋମବାର ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା (୭ରୁ ୨୦ ସେ.ମି.) ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ୧୧ ସେ.ମି.) ହେବ ବୋଲି ସତର୍କତା ଜାରି କରାଯାଇଛି।

gpkandhamal


ଅନ୍ୟପକ୍ଷରେ ୩ ରୁ ୪ ତାରିଖ ମଧ୍ୟରେ ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ୪ ରୁ ୫ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ୬ ତାରିଖରୁ ପାଗ ବଦଳିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Umasankar Adv
Leave A Reply

Your email address will not be published.