ରାଜଧାନୀରେ ଘରୋଇ ମେଡିକାଲ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର : ଘରୋଇ ମେଡିକାଲ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା। ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ ଶୁକ୍ରବାର ଖବର ମିଳିଛି। ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅପମୃତ୍ୟୁ ମାମଲା ରୁଜୁ କରିଛିା ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳି ହୋଇଥିବା ବେଳେ ଖବର ପାଇ ପରିବାର ଲୋକେ ପହଞ୍ଚିଛନ୍ତି। ଶବ ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଭରତପୁର ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.