ବକ୍ସରରେ ବଡ ରେଳ ଦୁର୍ଘଟଣା, ୨୧ ବଗି ଲାଇନଚ୍ୟୁତ : ୪ ମୃତ, ଶତାଧିକ ଆହତ; ଜନଶତାବ୍ଦୀ ଏକ୍ସପ୍ରେସ ବାତିଲ, ୧୮ ଟ୍ରେନର ଗତିପଥ ପରିବର୍ତ୍ତନ

ବିହାରର : ବିହାରର ବକ୍ସରରେ ବଡ ରେଳ ଦୁର୍ଘଟଣା । ବକ୍ସର ଜିଲ୍ଲା ରଘୁନାଥପୁର ରେଳ ଷ୍ଟେସନ ନିକଟରେ ନର୍ଥ ଇଷ୍ଟ ଏକ୍ସପ୍ରେସ ରାତି ପ୍ରାୟ ସାଢେ ୯ଟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦିଲ୍ଲୀର ଆନନ୍ଦ ବିହାରରୁ ଗୌହାଟି କାମାକ୍ଷନଗର ଯାଉଥିବା ନର୍ଥ ଇଷ୍ଟ ଏକ୍ସପ୍ରେସର ୨୧ଟି ବଗି ଲାଇନଚ୍ୟୁତ ହେବାରୁ ବଡ ଦୁର୍ଘଟଣା ଘଟିଛି । ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଓ ଶତାଧିକ ଲୋକ ଆହତ ହୋଇଛନ୍ତି । ୨୦ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ପାଟନା ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ଲାଇନଚ୍ୟୁ ହୋଇଥିବା ଟ୍ରେନ ୨୧ଟି କୋଚ ମଧ୍ୟରେ ୨ଟି ଏସି କୋଚ ଥିବା ଜଣାପଡିଛି । ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ରେଳ ବିଭାଗ ଅଧିକାରୀ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ପହଞ୍ଚାଇଛନ୍ତି । ସେହିପରି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇ ଦିଆଯାଇଛି । ତେବେ କେଉଁ କାରଣରୁ ଦୁର୍ଘଟଣା ଘଟିଲା ତାହା ଜଣାପଡି ନାହିଁ । ନର୍ଥ ଇଷ୍ଟ ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଡିଡିୟୁ-ପାଟନା ରେଳପଥରେ ଯାତାୟତ ପ୍ରଭାବିତ ହୋଇଛି, ଏକାଧିକ ଟ୍ରେନର ରୁଟ ବଦଳିଛି । ଗୋଟିଏ ଟ୍ରେନକୁ ବାତିଲ କରାଯାଇଥିବା ବେଳେ ୧୮ଟି ରେଳର ଗତିପଥ ବଦଳାଇ ଦିଆଯାଇଛି ।

Leave A Reply

Your email address will not be published.