ଆମ ଓଡିଶା ନବୀନ ଓଡିଶା: ମୟୂରଭଞ୍ଜ, ବରଗଡ ଓ ଦେବଗଡ ଜିଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ମୟୂରଭଞ୍ଜ ଜିଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା-ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା।  ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା  ମଞ୍ଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା-ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି।  ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲ୍ଲାର  ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ  ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।

gpkandhamal

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ,  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

Umasankar Adv
Leave A Reply

Your email address will not be published.